ଉଇକିପିଡ଼ିଆ
From Wikipedia, the free encyclopedia
ଉଇକିପିଡ଼ିଆ (/ˌwɪkɪˈpiːdiə/ (listen) wik-IH-PEE-DEE-ə or /ˌwɪkiˈpiːdiə/ (listen) wik-EE-PEE-DEE-ə; Odia: [uikipiɽiaː] (listen)) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୫.୪ କୋଟି ପ୍ରସଙ୍ଗ (ଯେଉଁଥିରୁ କେବଳ ୬୧ ଲକ୍ଷ ପ୍ରସଙ୍ଗ ଇଂରାଜୀ ଉଇକିପିଡ଼ିଆରେ ଅଛି) ମିଳିତ ଭାବରେ ବିଶ୍ୱର ଉଇକିଆଳିମାନଙ୍କ ଦେଇ ଲେଖାଯାଇଛି ।।[3] ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କଦ୍ୱାରା ଆରମ୍ଭ କରାଯାଇଥିଲା [4] ଓ ଇଣ୍ଟରନେଟରେ ସବୁଠୁ ବେଶୀ ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।,[5][6][7][8] ଅଲେକ୍ସା ଇଣ୍ଟରନେଟ କ୍ରମ ଅନୁସାରେ ଏହା ବିଶ୍ୱର ୧୫ଟି ଲୋକପ୍ରିୟ ୱେବସାଇଟ ମଧ୍ୟରେ ସ୍ଥାନପାଇଛି ।[5][9] ଇଣ୍ଟରନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବୀମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆମାନଙ୍କଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା ।[10] ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରାଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟରନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ । [11][12] ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ [13] ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । [14][15] ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ୟୁବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ୱାସିଙ୍ଗଟନ ପୋଷ୍ଟ ଇଣ୍ଟରନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି । [16]
Screenshot | |
ୟୁ.ଆର.ଏଲ | wikipedia |
---|---|
ସ୍ଳୋଗାନ | ଏକ ଖୋଲା ଜ୍ଞାନକୋଷ ଯାହାକୁ କେହିଜଣେ ବି ବଦଳାଇ ପାରିବେ । The free encyclopedia that anyone can edit. |
ବ୍ୟବସାୟିକ | ନାଁ |
ସାଇଟର ପ୍ରକାର | ଇଣ୍ଟରନେଟ ଜ୍ଞାନକୋଷ ପ୍ରକଳ୍ପ |
ରେଜେଷ୍ଟ୍ରିକରଣ | ଇଚ୍ଛାଧୀନ |
ମିଳୁଥିବା ଭାଷା | ୨୮୫ |
କଣ୍ଟେଣ୍ଟ ଲାଇସେନ୍ସ | Creative Commons Attribution/ Share-Alike 3.0 (most text also dual-licensed under GFDL) Media licensing varies |
ମାଲିକ | ଉଇକିପିଡ଼ିଆ ଫାଉଣ୍ଡେସନ (ଅଣଲାଭକାରୀ) |
ତିଆରି କରିଥିଲେ | ଜିମି ଉଏଲ୍ସ, ଲାରି ସାଙ୍ଗର [1] |
ଆରମ୍ଭ କରାଯାଇଥିଲା | ଜାନୁଆରୀ 15, 2001 (2001-01-15) (୨୩ ବର୍ଷ ପୂର୍ବରୁ) |
ଆଲେକ୍ସା କ୍ରମାଙ୍କ | ୧୪ (Global, July 2020[update])[2] |
ଏବେକାର ସ୍ଥିତି | ସଚଳ |