ଓଡ଼ିଆ ନବବର୍ଷ
From Wikipedia, the free encyclopedia
ବୈଶାଖ ସଂକ୍ରାନ୍ତି (ସୂର୍ଯ୍ୟଙ୍କର ମେଷ ରାଶିକୁ ସଂକ୍ରମଣ ଦିନ) ବା ପଣା ସଂକ୍ରାନ୍ତିଠାରୁ ସୌରମାନ ବର୍ଷର ପ୍ରଥମ ଗଣନା ଆରମ୍ଭ ହୁଏ । ଏହା ସୌର ବୈଶାଖର ପ୍ରଥମ ଦିବସ । ଏହିଦିନଠାରୁ ନୂତନ ଶକାବ୍ଦ ଗଣନାର ଆରମ୍ଭ ହୁଏ । ଓଡ଼ିଆ ନବବର୍ଷର ଆରମ୍ଭ ପ୍ରଣାଳୀ ବିଜ୍ଞାନ ସମ୍ମତ ଓ ଯୁକ୍ତିଯୁକ୍ତ ଏହାର ଗଣନା ନିରୟଣ ସୂର୍ଯ୍ୟ ମେଷରାଶିରେ ପ୍ରବେଶ କରିବାଠାରୁ ହୋଇଥାଏ । ଏହି ପଦ୍ଧତି ଓଡ଼ିଶାର ପ୍ରଥମ ଜ୍ୟୋତିର୍ବିଜ୍ଞାନୀ ଶତାନନ୍ଦାଚାର୍ଯ୍ୟଙ୍କଠାରୁ ଚଳିଆସୁଥିବାର ଅନୁମାନ କରାଯାଏ ।