କଳିଙ୍ଗ ଯୁଦ୍ଧ
From Wikipedia, the free encyclopedia
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । [4]
- ଏହି ଲେଖାଟି ସମ୍ରାଟ ଅଶୋକଙ୍କର କଳିଙ୍ଗ ଯୁଦ୍ଧ ବାବଦରେ । ବାକିସବୁ ପାଇଁ, କଳିଙ୍ଗ (ବହୁବିକଳ୍ପ) ପ୍ରସଙ୍ଗଟି ଦେଖନ୍ତୁ ।
କଳିଙ୍ଗ ଯୁଦ୍ଧ | |||||||||
---|---|---|---|---|---|---|---|---|---|
|
|||||||||
ପକ୍ଷ | |||||||||
ମୌର୍ଯ୍ୟ ସାମ୍ରାଜ୍ୟ | କଳିଙ୍ଗ | ||||||||
Commanders and leaders | |||||||||
ଅଶୋକ | Unknown(a young king age between 10-12 years governed by group of ministers,after his father death), Commander-Nandi Dev Ghosh, Vim Dev Mahapatra | ||||||||
Strength | |||||||||
Total ୪୦୦,୦୦୦ | ୬୦,୦୦୦ infantry,[1] ୧୦୦୦ cavalry,[1] ୭୦୦ war elephants[1] |
||||||||
କ୍ଷୟକ୍ଷତି | |||||||||
୧୦୦,୦୦୦ | ୨୦୦,୦୦୦+ (exaggerated figures by Asoka himself)[2][3] (including civilians) |
ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ। [5]