ଚନ୍ଦ୍ରଯାନ-୩
From Wikipedia, the free encyclopedia
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।[1]
ମିସନ ପ୍ରକାର | ଲ୍ୟାଣ୍ଡର, ରୋଭର | ||||
---|---|---|---|---|---|
ପରିଚାଳକ | ଇସ୍ରୋ | ||||
ୱେବସାଇଟ | www.isro.gov.in | ||||
ମହାକାଶ ଯାନର ବିଶେଷତ୍ୱ | |||||
ଉତ୍ପାଦକ | ଇସ୍ରୋ: ଲ୍ୟାଣ୍ଡର, ଲଞ୍ଚର ଏବଂ ରୋଭର | ||||
ମିସନ ପ୍ରାରମ୍ଭ | |||||
ଉତକ୍ଷେପଣ ତାରିଖ | ୧୪ ଜୁଲାଇ ୨୦୨୩ | ||||
ରକେଟ୍ | ଏଲଭିଏମ୩ ଏମ୪ | ||||
ଉତକ୍ଷେପଣ ସ୍ଥଳ | ଶ୍ରୀହରିକୋଟା | ||||
ଚନ୍ଦ୍ରଯାନ ଲୋଗୋ
|
ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା।[2] ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।[3][4]
ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।[5]
୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା ।[6] ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।[7][8]