ନଟବର ସାମନ୍ତରାୟ
ଓଡ଼ିଆ ସାହିତ୍ୟିକ ଓ ସମୀକ୍ଷକ / From Wikipedia, the free encyclopedia
ନଟବର ସାମନ୍ତରାୟ (୨୩ ଡିସେମ୍ବର ୧୯୧୮ - ୧୭ ଅଗଷ୍ଟ ୨୦୦୦)[1] ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ ।[2] ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦)[3][4] , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ ।[5] ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବସିତ ।[6] ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ[7] ଏବଂ ତାତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଶଣ ।[8]
Quick Facts ନଟବର ସାମନ୍ତରାୟ, ଜନ୍ମ ଓ ଜନ୍ମସ୍ଥାନ ...
ନଟବର ସାମନ୍ତରାୟ | |
---|---|
ଜନ୍ମ ଓ ଜନ୍ମସ୍ଥାନ | (1918-12-23)୨୩ ଡିସେମ୍ବର ୧୯୧୮ |
ମୃତ୍ୟୁ | ୧୭ ଅଗଷ୍ଟ ୨୦୦୦(2000-08-17) (ବୟସ ୮୧) |
ବୃତ୍ତି | ଲେଖକ, ସମୀକ୍ଷକ |
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ସାହିତ୍ୟ କୃତି | ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) |
Close