![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/8/8c/Gaja_Laxmi.jpg/640px-Gaja_Laxmi.jpg&w=640&q=50)
ଲକ୍ଷ୍ମୀ
ହିନ୍ଦୁ ଦେବୀ / From Wikipedia, the free encyclopedia
ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ଅଟନ୍ତି । ସେ ଶ୍ରୀ ଭାବେ ମଧ୍ୟ ପରିଚିତ ।[1] ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଓ ଶକ୍ତି ସୂରୁପା ।[2] ରାମାୟଣ ମତେ[3] ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ ।[4] ସେ ସମୁଦ୍ରଙ୍କର କନ୍ୟା । ଲକ୍ଷ୍ମୀଙ୍କର ବାହାନ ପେଚା, ମତାନ୍ତରେ ହାତୀ । ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି । ରୁକ୍ମଣୀ ଓ ସତ୍ୟଭାମା ଲକ୍ଷ୍ମୀଙ୍କ ଅବତାର ଭାବେ ପରିଚିତ ।[5] ପ୍ରେମ ଏବଂ ପ୍ରଜନନର ଦେବତା କାମଦେବ ବିଷ୍ଣୁ ଓ ଲକ୍ଷ୍ମୀଙ୍କର ପୁତ୍ର ଭାବେ ବର୍ଣ୍ଣିତ ହେଇଥାନ୍ତି ।
ଲକ୍ଷ୍ମୀ | |
---|---|
![]() କୁମାର ଉତ୍ସବରେ ଗଜଲକ୍ଷ୍ମୀ | |
ସଂସ୍କୃତ ଅନୁବାଦ | lakṣmī |
ଉପାଧି | ଦେବୀ |
ବାସସ୍ଥାନ | ପଦ୍ମବନ,ବୈକୁଣ୍ଠ |
ମନ୍ତ୍ର | ଶ୍ରୀବୀଜ,ଶ୍ରୀସୂକ୍ତ |
ସାଥି | ବିଷ୍ଣୁ |
ବାହନ | ହାତୀ, ପେଚା |
ତାଙ୍କର ଚାରିହାତ ଧର୍ମ, କାମନା, ଅର୍ଥ ଓ ମୋକ୍ଷର ପ୍ରତୀକ । [6][7] ତାଙ୍କୁ ପୂଜାକରିବାଦ୍ୱାରା ଧର୍ମ, କାମନା, ଅର୍ଥ ଓ ମୋକ୍ଷ ଭାବନାରୁ ମୁକ୍ତ ହୋଇ ଜଣେ ନିର୍ବାଣ ପାଇପାରିବ । ଓଡ଼ିଶାରେ ପ୍ରତ୍ୟେକ ହିନ୍ଦୁଘରେ ଗୁରୁବାର ଦିନ ଲକ୍ଷ୍ମୀଙ୍କର ପୂଜା ହୁଏ । ଭୃଗୁଋଷିଙ୍କ ତପସ୍ୟା ଫଳରେ ସେ ଭାର୍ଗବୀ, ଶ୍ରୀ ଆଦି ରୂପରେ ଅବତୀର୍ଣ୍ଣା ହୋଇଥିଲେ । ଭାରତର କେତେକସ୍ଥାନରେ ଏଥିପାଇଁ ଭୃଗୁକନ୍ୟାରୂପେ ଶୁକ୍ରବାର ଦିନ ଲକ୍ଷ୍ମୀପୂଜା କରାଯାଏ । ଓଡ଼ିଶାରେ ମାର୍ଗଶିର ମାସ ଗୁରୁବାର ଲକ୍ଷ୍ମୀଙ୍କର ପ୍ରିୟପୂଜା ମାଣବସା ପୂଜା ନାମରେ ପ୍ରସିଦ୍ଧ ।