From Wikipedia, the free encyclopedia
ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀର ନାମ ‘ହରି ଶୟନୀ’ ବା ପଦ୍ମା ଏକାଦଶୀ । ଆଷାଢ଼ ମାସ ଶୁକ୍ଳପକ୍ଷରେ ‘ହରି ଶୟନୀ ଏକାଦଶୀ’ ଦିନ ଯିଏ କମଳ ପୁଷ୍ପରେ କମଳଲୋଚନ ଭଗବାନ ବିଷ୍ଣୁଙ୍କ ପୂଜା ତଥା ଉତ୍ତମ ଏକାଦଶୀ ବ୍ରତ କରେ, ତା’ଦ୍ୱାରା ତିନିଲୋକ ଓ ତିନି ସନାତନ ଦେବତାଙ୍କ ପୂଜନ ହୋଇଥାଏ । ‘ହରିଶୟନୀ ଏକାଦଶୀ’ ଦିନ ଭଗବାନଙ୍କ ଗୋଟିଏ ସ୍ୱରୂପ ରାଜା ବଳିଙ୍କ ପାଖରେ ରହେ ଓ ଅନ୍ୟଟି କ୍ଷୀର ସାଗରରେ ଶେଷନାଗ ଶଯ୍ୟାରେ ଆଗାମୀ କାର୍ତ୍ତିକ ଏକାଦଶୀ ଆସିବା ପର୍ଯ୍ୟନ୍ତ ଶୟନ କରେ । ଏଣୁ ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ପର୍ଯ୍ୟନ୍ତ ମନୁଷ୍ୟ ଉତ୍ତମ ରୂପେ ଧର୍ମ ଆଚରଣ କରିବା ଉଚିତ । ଯେଉଁ ମନୁଷ୍ୟ ଏହି ବ୍ରତର ଅନୁଷ୍ଠାନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏଣୁ ଯତ୍ନପୂର୍ବକ ଏହି ଏକାଦଶୀ ବ୍ରତ କରିବା ଉଚିତ୍ । ଏକାଦଶୀ ରାତିରେ ଜାଗରଣ କରି ଶଙ୍ଖ, ଚକ୍ର ଓ ଗଦାଧାରୀ ଭଗବାନ ବିଷ୍ଣୁଙ୍କ ଭକ୍ତିପୂର୍ବକ ପୂଜା କରିବା ଉଚିତ । ଏହି ବ୍ରତ କରୁଥିବା ମନୁଷ୍ୟର ପୁଣ୍ୟର ଗଣନା କରିବାକୁ ସ୍ୱୟଂ ଚତୁର୍ମୁଖ ବ୍ରହ୍ମା ମଧ୍ୟ ଅସମର୍ଥ । ଯିଏ ଏହି ପ୍ରକାର ଭୋଗ ଓ ମୋକ୍ଷ ପ୍ରଦାନକାରୀ ସର୍ବପାପହାରୀ ଉତ୍ତମ ଏକାଦଶୀ ବ୍ରତ ପାଳନ କରେ, ସେ ଜାତିରେ ଚଣ୍ଡାଳ ହୋଇଥିଲେ ମଧ୍ୟ ସଂସାରରେ ସର୍ବଦା ବିଷ୍ଣୁଙ୍କର ଅତି ପ୍ରିୟ ହୋଇ ରହେ । ଯେଉଁ ମନୁଷ୍ୟ ଦୀପଦାନ, ପଳାଶ ପତ୍ରରେ ଭୋଜନ ଏବଂ ବ୍ରତ କରି ଚତୁର୍ମାସ ଅତିବାହିତ କରେ ସେ ମଧ୍ୟ ବିଷ୍ଣୁଙ୍କର ଅତି ପ୍ରିୟ । ଚତୁର୍ମାସରେ ଭଗବାନ ବିଷ୍ଣୁ ଶୋଇ ରହନ୍ତି, ଏଥିପାଇଁ ମନୁଷ୍ୟ ଭୂମିରେ ଶୟନ କରିବା ଉଚିତ । ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରିଦେବା ଉଚିତ । ଯିଏ ଚତୁର୍ମାସରେ ବ୍ରହ୍ମଚର୍ଯ୍ୟ ପାଳନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏକାଦଶୀ ବ୍ରତଦ୍ୱାରା ହିଁ ମନୁଷ୍ୟ ସବୁ ପାପରୁ ମୁକ୍ତ ହୋଇଯାଏ । ଏଣୁ ସର୍ବଦା ଏହି ବ୍ରତ କରିବା ଉଚିତ । ଏହା କଦାପି ଭୁଲିବା ଉଚିତ୍ ନୁହେଁ । ‘ଶୟନୀ’ ଓ ‘ବୋଧିନୀ’ ଏକାଦଶୀ ମଧ୍ୟରେ ଯେଉଁ କୃଷ୍ଣପକ୍ଷୀୟ ଏକାଦଶୀମାନ ପଡ଼େ, ଗୃହସ୍ଥ ପାଇଁ କେବଳ ତାହା ହିଁ ବ୍ରତ ରଖିବା ଯୋଗ୍ୟ । ଅନ୍ୟ ମାସର କୃଷ୍ଣପକ୍ଷୀୟ ଏକାଦଶୀ ଗୃହସ୍ଥ ପାଇଁ ବ୍ରତ ରଖିବା ଯୋଗ୍ୟ ନୁହେଁ । ଶୁକ୍ଳପକ୍ଷର ସମସ୍ତ ଏକାଦଶୀ କରିବା ଉଚିତ୍ । [1]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.