ହିରୋଇନ
ମନୋରଞ୍ଜନକାରୀ ଔଷଧ / From Wikipedia, the free encyclopedia
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine,[1] ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ ।[2] ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । [7][8][9] ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ ।[10][2] ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।[2]
Clinical data | |
---|---|
Pronunciation | Heroin: /ˈhɛroʊɪn/ |
Synonyms | Diamorphine, Diacetylmorphine, Acetomorphine, (Dual) Acetylated morphine, Morphine diacetate |
AHFS/Drugs.com | entry |
Dependence liability | Physical: Very high Psychological: Very high |
Addiction liability | Highly[2] |
Routes of administration | Intravenous, inhalation, transmucosal, by mouth, intranasal, rectal, intramuscular, subcutaneous, intrathecal |
ATC code |
|
Legal status | |
Legal status |
|
Pharmacokinetic data | |
Bioavailability | ଜୈବ ଉପଲବ୍ଧି: <୩୫% (ପାଟିରେ), ୪୪–୬୧% (ଆଘ୍ରାଣରେ)[3] |
Protein binding | 0% (morphine metabolite 35%) |
Metabolism | ଯକୃତ liver |
Onset of action | Within minutes[4] |
Elimination half-life | 2–3 minutes[5] |
Duration of action | ୪ରୁ ୫ ଘଣ୍ଟା[6] |
Excretion | ନିଷ୍କାସନ ୯୦% ବୃକ୍କ (kidney) ଗ୍ଲୁକୁରୋନାଇଡ glucuronide ଆକାରରେ, ବାକିତକ ପିତ୍ତ biliary ମାଧ୍ୟମରେ । |
Identifiers | |
IUPAC name
| |
CAS Number |
|
PubChem CID | |
DrugBank |
|
ChemSpider |
|
UNII | |
ChEBI | |
ChEMBL | |
ECHA InfoCard | 100.008.380 |
Chemical and physical data | |
Formula | C21H23NO5 |
Molar mass | 369.41 g/mol |
3D model (JSmol) | |
SMILES
| |
InChI
| |
(verify) |
ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ ।[10] ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ ।[2] ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । [10]
ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ ।[10] ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି ।[11][12] ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି ।[10] ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।[11]
ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ ।[13] ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ ।[14] ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । [15] ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । [11] ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ । [2]