ଧର୍ମ
ମାନବ ଧର୍ମର ପ୍ରତିଦ୍ୱନ୍ଦୀ / From Wikipedia, the free encyclopedia
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା ।[1] ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।[2][3]
ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ,[4] ପବିତ୍ର ବସ୍ତୁ,[5] ବିଶ୍ୱାସ,[6] ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ[7] କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ ।[8] ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।[9]
ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି ।[10] ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।[11]