ମଧୁସୂଦନ ଦାସ

ଓଡ଼ିଶାର କୁଳ ବୃଦ୍ଧ ତଥା ବିଶିଷ୍ଟ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ From Wikipedia, the free encyclopedia

ମଧୁସୂଦନ ଦାସ
Remove ads

ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର,[] ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।[] ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

"ପାଠ ପଢ଼ିବି ଓକିଲ ହେବି
ମଧୁବାବୁ ସଙ୍ଗେ ଲଢିବି।
ଜାତି ଡାକ ଶୁଣି ଛାତିଫୁଲେଇ ମୁଁ
କାଳିଆ ଘୋଡାରେ ଚଢିବି।"

Quick facts ଉତ୍କଳ ଗୌରବ କୁଳବୃଦ୍ଧ ମଧୁସୂଦନ ଦାସ, ଜନ୍ମ ଓ ଜନ୍ମସ୍ଥାନ ...

ଉତ୍କଳୀୟ ସ୍ୱାଭିମାନର ପ୍ରତୀକ ମଧୁସୂଦନ ଦାସଙ୍କୁ ଲକ୍ଷ୍ୟ କରି ଯଥାର୍ଥରେ ଫକୀର ମୋହନ ଲେଖିଥିଲେ -

"ଧନ୍ୟ ଧନ୍ୟ ଧନ୍ୟ ମଧୁସୂଦନ
ଉତ୍କଳ ମାତାର ଯୋଗ୍ୟ ସନ୍ତାନ
ଦେଲ ଉତ୍କଳଙ୍କୁ ନବ ଜୀବନ
ଶିଖାଇଲ ଲୋକେ ଜାତି ବନ୍ଦନ!"

Remove ads

ପ୍ରାରମ୍ଭିକ ଜୀବନ

Thumb
ସତ୍ୟଭାମାପୁରଠାରେ ଥିବା ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତି
Thumb
ମଧୁସୂଦନ ଦାସ ଜନ୍ମଗ୍ରହଣ କରିଥିବା ଗୃହ ସତ୍ୟଭାମାପୁର ଠାରେ

ମଧୁସୂଦନ ଦାସଙ୍କର ପରିବାର

ମଧୁସୂଦନ ଦାସ କଟକ ଜିଲ୍ଲାର ସତ୍ୟଭାମାପୁରରେ ୨୮ ଅପ୍ରେଲ ୧୮୪୮ରେ ଜମିଦାର କରଣ ପରିବାରରେ ଜନ୍ମଗ୍ରହଣ କରିଥିଲେ ।[] ପିତା ଚୌଧୁରୀ ରଘୁନାଥ ଦାସ ଓ ମାତା ପାର୍ବତୀ ଦେବୀଙ୍କ ପୁଅ ମଧୁସୂଦନଙ୍କ ପ୍ରଥମ ନାମ ଥିଲା ଚୌଧୁରୀ ଗୋବିନ୍ଦ ବଲ୍ଲଭ ଦାସ । ପରେ ତାଙ୍କ ବାପା, ମାଆ ତାଙ୍କ ନାମକୁ ବଦଳାଇ ମଧୁସୂଦନ ରଖିଥିଲେ । ସେ ଖ୍ରୀଷ୍ଟିଆନ ଧର୍ମ ଗ୍ରହଣ କରିବା ପରେ ସାମାଜିକ ଚଳଣି ଅନୁସାରେ ତାଙ୍କ ପିତା ତାଙ୍କ ସହ ସମ୍ବନ୍ଧ ତୁଟାଇ ଦେଇଥିଲେ । ଏଣୁ ସେ ଗାଁ ବାହାରେ କୋଠିଟିଏ ଗଢ଼ାଇ ସେଠାରେ ବସବାସ କରୁଥିଲେ । ତାଙ୍କ ମା' ପାର୍ବତୀ ଦେବୀ ତାଙ୍କ ପାଖକୁ ସକାଳେ ଓ ସଞ୍ଜରେ ଦେଖାକରି ସେକାଳର ଚଳଣି ଅନୁସାରେ ଗାଁ ମୁଣ୍ଡରେ ଥିବା ରସକୁଣ୍ଡ ପୋଖରୀରେ ଗାଧୋଇ ଘରକୁ ଆସୁଥିଲେ ।[][]

ସତ୍ୟଭାମାପୁରଠାରେ ଥିବା ତାଙ୍କ ଏନ୍ତୁଡ଼ିଶାଳକୁ ଇନଟାକ ତରଫରୁ ପୁନରୁଦ୍ଧାର କରି ତାକୁ ମୂଳ ଢାଞ୍ଚାରେ ଆଉଥରେ ତିଆରି କରାଯାଇଛି ।[]

ବାବର୍ଚ୍ଚିଖାନା

ମଧୁବାବୁ ଖ୍ରୀଷ୍ଟିଆନ ହେଲା ପରେ ତାଙ୍କ ପାଇଁ ମୁସଲମାନ ରାନ୍ଧୁଣିଆ ଜଣେ ତାଙ୍କ କୋଠିରେ ରାନ୍ଧୁଥିଲେ । ଏହି ଘରର ନାମ ବାବର୍ଚ୍ଚିଖାନା ।[]

Remove ads

ଶିକ୍ଷା

ତାଙ୍କର ପାଠପଢ଼ା ଆରମ୍ଭ ହୋଇଥିଲା ସତ୍ୟଭାମାପୁରର ଗାଁ ଚାଟଶାଳୀରୁ ମାଟିବଂଶ ଅବଧାନଙ୍କ ତତ୍ତ୍ୱାବଧାନରେ । ଚାଟଶାଳୀ ପଢ଼ା ଶେଷ କରି ୧୩ ବର୍ଷ ବୟସରେ ସେ କଟକ ଗଲେ ଓ ଇଂରାଜୀ ବିଦ୍ୟାଳୟରେ ନାମ ଲେଖାଇଲେ । ଇଂରାଜୀ ବିଦ୍ୟାଳୟରେ ପାଠ ପଢିବା ପାଇଁ ତାଙ୍କ ପିତାମହୀ(ଆଇ) ଘୋର ଆପତ୍ତି କରିଥିଲେ।ତାଙ୍କର ଆଶଙ୍କା ଥିଲା ଯେ,ସେ ଇଂରାଜୀ ପଢିଲେ ‘କିରସ୍ତାନ ବା ଖ୍ରୀଷ୍ଟିଆନ’ ହୋଇଯିବ। ୧୮୬୪ରେ ମଧୁସୂଦନ ଅନ୍ୟ ଚାରିଜଣଙ୍କ ସହ କଟକ ସ୍କୁଲରୁ ଦ୍ୱିତୀୟ ଶ୍ରେଣୀରେ ଏଣ୍ଟ୍ରାନ୍ସ ପାସ କରିଥିଲେ (ଆଜି ଏହାକୁ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା କୁହାଯାଉଅଛି) । ସ୍କୁଲରେ ପଢିବା ସମୟରେ କେତେକ ବର୍ଷ ପର୍ଯ୍ୟନ୍ତ ତାଙ୍କ ମୁଣ୍ଡରେ ଗୋଛାଏ ବାଳର ଗଣ୍ଠିଥିଲା। ଦିନେ ଜଣେ ସହପାଠୀ ସେହି ଚୁଟିଟି କୌଶଳରେ କାଟି ପକାଇଲେ। ତାଙ୍କର ସେତେବେଳର ପୋଷାକ ମଧ୍ୟ ଅଦ୍ଭୁତ ଥିଲା, ନାଲି କନାରେ ତୁଳା ପଶି ଗୋଟାଏ ମିରଜେଇ କୁର୍ତ୍ତା;ସେଥିରେ ବୋତାମ ଲାଗୁ ନ ଥିଲା।କୁର୍ତ୍ତା ଦୁଇପଟେ କନାଧଡି ବା ସୂତାରେ ବନ୍ଧା ହୋଇଥାଏ। ଏହାପରେ ସେ ବାଲେଶ୍ୱରରେ କିରାଣି ଚାକିରିଟିଏ କଲେ । କିଛି ପଇସା ସଞ୍ଚୟ କରି ସେ ଉଚ୍ଚଶିକ୍ଷା ନିମିତ୍ତ ଚାନ୍ଦବାଲି ଦେଇ ଧୂଆଁକଳ ଚାଳିତ ନାଆରେ କଲିକତା ଯାତ୍ରା କଲେ।

୧୮୭୦ରେ ସେ ବି.ଏ. ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ ।[] ସେତେବେଳେ କଲିକତା ବିଶ୍ୱବିଦ୍ୟାଳୟରେ ବି.ଏ. ପରୀକ୍ଷାର୍ଥୀମାନଙ୍କ ସଂସ୍କୃତ ପରୀକ୍ଷାର ଉତ୍ତର ନିଜ ମାତୃଭାଷରେ ଲେଖିବା ନିୟମ ଥିଲା, କିନ୍ତୁ ପରୀକ୍ଷକ ବଙ୍ଗଳା ଛଡ଼ା ଅନ୍ୟ କୌଣସି ଭାଷା ଜାଣି ନଥିବାରୁ ବଙ୍ଗଳା ବ୍ୟତୀତ ଅନ୍ୟ କୌଣସି ଲିପିରେ ସଂସ୍କୃତ ପ୍ରଶ୍ନୋତ୍ତର ଲେଖିବାକୁ ଅନୁମତି ମିଳୁନଥିଲା । ମଧୁବାବୁ ନିଜ ମାତୃଭାଷା ଓଡ଼ିଆରେ ସଂସ୍କୃତର ଉତ୍ତର ଲେଖିବାପାଇଁ ଜିଦ ଧରି ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ ସଦସ୍ୟମାନଙ୍କୁ ଜଣାଇଲେ । ସେଠାରୁ କୌଣସି ସୁଫଳ ନ ମିଳିବାରୁ ସେ ତତ୍କାଳୀନ ବଙ୍ଗ-ବିହାର-ଓଡ଼ିଶାର ଲ୍ୟୁଟନାଣ୍ଟ ଗଭର୍ଣ୍ଣର ସାର ଉଇଲିଅମ ଗ୍ରେଙ୍କ ନିକଟକୁ ଏକ ଟେଲିଗ୍ରାମ ପ୍ରେରଣ କରିବାପରେ ଗ୍ରେଙ୍କ ହସ୍ତକ୍ଷେପ ପରେ ସେ ଓଡ଼ିଆରେ ନିଜର ଉତ୍ତର ଲେଖିଥିଲେ ।

Loading related searches...

Wikiwand - on

Seamless Wikipedia browsing. On steroids.

Remove ads