ସ୍ତନ କର୍କଟ

ସ୍ତନ ଗ୍ରନ୍ଥିରୁ ବାହାରୁଥିବା କର୍କଟ ରୋଗ From Wikipedia, the free encyclopedia

ସ୍ତନ କର୍କଟ
Remove ads

ସ୍ତନ କର୍କଟ (ଇଂରାଜୀ: Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ ।[] ସ୍ତନ ଭିତରେ ଗୋଟଳି ବାହାରିବା, ସ୍ତନ ଆକାର ବଦଳିବା ଓ କ୍ଷୁଦ୍ର ଗାତ ଦେଖାଯିବା, ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ ।[] ରୋଗ ଦୂରକୁ ବ୍ୟାପିଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଆଦି ଲକ୍ଷଣମାନ ଦେଖାଯାଏ ।[]

Quick facts ସ୍ତନ କର୍କଟ, ବିଭାଗ ...

ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ (menarche), ଡେରିରେ ବା ଆଦୌ ଛୁଆ ନ ହେବା ।[][] ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । [] ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । [] କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । []

ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କ‌କ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ ।[] ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି,[] ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ ।[] ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବ‌ହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ ।[] ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନ‌ଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । [] କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । [] ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ ।[][] ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନ‌କୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । []

ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । [] ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ,[୧୦] ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % ।[୧୧][୧୨] ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । [] ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫%[୧୩] ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।[୧୦][୧୪] ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । [୧୩] ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ []

Remove ads

ଆଧାର

Loading related searches...

Wikiwand - on

Seamless Wikipedia browsing. On steroids.

Remove ads