ଋତୁବନ୍ଦ

From Wikipedia, the free encyclopedia

Remove ads

ଋତୁବନ୍ଦ (ଇଂରାଜୀରେ Menopause, ବା climacteric) ମହିଳାମାନଙ୍କ ଜୀବନରେ ଏପରି ଏକ ସମୟର ନାମ ଯେଉଁ ସମୟରେ ପ୍ରାକୃତିକ ଭାବରେ ଋତୁଚକ୍ର ସବୁଦିନ ପାଇଁ ବନ୍ଦ ହୋଇଯାଏ ଓ ସେମାନଙ୍କ ଗର୍ଭାଧାନ କ୍ଷମତା ନଷ୍ଟ ହୋଇଯାଏ । [][] ଏହି ଅବସ୍ଥା ୪୫ରୁ ୫୫ ବର୍ଷ ବୟସରେ ହୁଏ । [] ଡାକ୍ତରୀ ବିଦ୍ୟା ଅନୁସାରେ ଜଣେ ମହିଳାଙ୍କର ଏକ ବର୍ଷ ଧରି ଯୋନୀପଥରୁ ଋତୁସ୍ରାବ ନ ହେଲେ ଋତୁବନ୍ଦ କୁହାଯାଏ । [] ଡିମ୍ବାଶୟରୁ (ovary) ହରମୋନ କ୍ଷରଣ କମିଯିବା ଅବସ୍ଥାକୁ ମଧ୍ୟ ଏହି ସଂଜ୍ଞାର ଅନର୍ଭୁକ୍ତ କରାଯାଏ । [] ଅପରେଶନ କରି ଡିମ୍ବାଶୟ ରଖି ଜରାୟୁ ଉଚ୍ଛେଦନ କଲା ମାତ୍ରେ ବା ହରମୋନ କ୍ଷରଣ ସ୍ତର କମିଗଲେ ମଧ୍ୟ ଋତୁବନ୍ଦ ହୁଏ । [] ଜରାୟୁ ରଚ୍ଛେଦନ ପରେ ପ୍ରାୟ ୪୫ ବର୍ଷ ବୟସରେ ଲକ୍ଷଣ ଦେଖାଯାଏ । []

Quick facts Menopause, ବିଭାଗ ...

ଋତୁବନ୍ଦ ପୂର୍ବରୁ ଋତୁଚକ୍ର ଅନିୟମିତ ହୋଇଯାଏ, ବେଶୀ ବା କମ ସମୟର ହୋଇପାରେ କିମ୍ବା ସ୍ୱଳ୍ପ ବା ଅଧିକ ଋତୁସ୍ରାବ ହୋଇପାରେ । ଏହି ସମୟ ମଧ୍ୟରେ ମହିଳାମାନେ ହଠାତ ଗରମ ଅନୁଭବ କରନ୍ତି, ଦୃତ ହୃଦଗତି ହୁଏ, କମ୍ପ ହୁଏ, ଚମ ଲାଲ ଦେଖାଯାଏ ଓ ଝାଳ ବୁହେ ଯାହାକୁ ହଟଫ୍ଲାସ କ‌ହ‌ନ୍ତି; ଏହା ୩୦ ସେକଣ୍ଡରୁ ୧ ମିନିଟ ପର୍ଯ୍ୟନ୍ତ ରହେ । [] ହଟଫ୍ଲାସ ବର୍ଷେ ବା ଦୁଇ ବର୍ଷ ପର୍ଯ୍ୟନ୍ତ ହୁଏ । [] ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଯୋନୀପଥ ଶୁଷ୍କ ହୋଇଯାଏ, ଶୋଇବାରେ ଅସୁବିଧା ହୁଏ ଓ ମିଜାଜ ଘଡ଼ି ଘଡ଼ି ବଦଳେ । [] ବିଭିନ୍ନ ମହିଳାଙ୍କ ମଧ୍ୟରେ ଏହି ଲକ୍ଷଣ ଭିନ୍ନ ଭିନ୍ନ ହୋଇପାରେ [] ଅଧିକ ହୃଦରୋଗ ଯୋଗୁ ଏହା ହେବା ବିଶ୍ୱାସ କରାଗଲେ ମଧ୍ୟ ବୟସାଧିକ୍ୟ ଯୋଗୁ ଋତୁବନ୍ଦ ହୁଏ ଓ ଏହାର ଋତୁବନ୍ଦ ସ‌ହିତ କୌଣସି ସଳଖ ସମ୍ପର୍କ ନାହିଁ । ଏଣ୍ଡୋମେଟ୍ରିଓସିସ ବା ଯନ୍ତ୍ରଣାପ୍ରଦ ଋତୁସ୍ରାବ ପୂର୍ବରୁ ହେଉଥିଲେ ଋତୁବନ୍ଦ ପରେ ଉପଶମ ହୋଇଯାଏ । []

ଋତୁବନ୍ଦ ସାଧାରଣତଃ ଏକ ପ୍ରାକୃତିକ ପରିବର୍ତ୍ତନ । [] ଧୁମ‌ପାୟୀଙ୍କର ଏହା ଆଗୁଆ ହୋଇପାରେ । [][] ଡିମ୍ବାଶୟ ଉଚ୍ଛେଦନ ଅପରେଶନ ପରେ ଓ କେତେକ କେମୋଥେରାପି ଦେବା ପରେ ମଧ୍ୟ ଏହା ହୁଏ । [] ଶରୀର ବିଜ୍ଞାନ ଅନୁସାରେ ଡିମ୍ବାଶୟରୁ ପ୍ରସ୍ତୁତ ହେଉଥିବା ହରମୋନ ଏସ୍ଟ୍ରୋଜେନପ୍ରୋଜେସ୍ଟେରନ ପ୍ରସ୍ତୁତି କମିଗଲେ ଋତୁବନ୍ଦ ହୁଏ । [] ସ୍ୱାଭାବିକ ଭାବରେ ଋତୁବନ୍ଦ ନିର୍ଣ୍ଣୟ ଆବଶ୍ୟକ ନ ହେଲେ ମଧ୍ୟ ରକ୍ତ ଓ ପରିସ୍ରାରେ ହରମୋନ ସ୍ତର ପରୀକ୍ଷା କରି ଏହା ନିର୍ଣ୍ଣୟ କରାଯାଇପାରେ । [] ଝିଅର ପ୍ରଥମ ଋତୁସ୍ରାବକୁ ମେନାର୍କି କ‌ହ‌ନ୍ତି ଓ ଋତୁବନ୍ଦ ଋତୁସ୍ରାବ ବନ୍ଦ ହେବାକୁ କୁହାଯାଏ ଯାହା ଠିକ ତାହାର ଓଲଟା । [୧୦]

ଋତୁବନ୍ଦର ଚିକିତ୍ସା ଆବଶ୍ୟକ ହୁଏନି । ଏହା ଯୋଗୁ ହେଉଥିବା କେତେକ ଲକ୍ଷଣର ଚିକିତ୍ସାଦ୍ୱାରା ଉପଶମ ହୁଏ । ହଟଫ୍ଲାସ ହେଉଥିଲେ ଧୁମ୍ରପାନ, କେଫିନ ଓ ମଦ୍ୟପାନ ବର୍ଜନ କରିବାକୁ ଉପଦେଶ ଦିଆଯାଏ । ଥଣ୍ଡା ବଖରାରେ ଫ୍ୟାନ ଲଗେଇ ଶୋଇଲେ ଉପକାର ମିଳେ । [୧୧] ଏହା ନିମନ୍ତେ ମିଳୁଥିବା ଔଷଧମାନଙ୍କରେ ନାମ: ମେନୋପଜାଲ ହରମୋନ ଥେରାପି (ଏମ.ଏଚ.ଟି.), କ୍ଲୋନିଡିନ, ଗାବାପେଣ୍ଟିନ କିମ୍ବା ସିଲେକଟିଭ ସେରୋଟୋନିନ ଅପଟେକ ଇନହିବିଟର[୧୧][୧୨] ନିଦ୍ର ହେଉ ନ ଥିଲେ ବ୍ୟାୟାମ କଲେ ଉପକାର ମିଳେ । ଏମ.ଏଚ.ଟି. ଏକ ସମୟରେ ରୁଟିନ ହିସାବରେ ଦିଆଯାଉଥିଲେ ମଧ୍ୟ ଆଜିକାଲି ତାହାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁ କେବଳ ଉଲ୍ଲେଖନୀୟ ଲକ୍ଷଣ ଥିଲେ ଦିଆଯାଉଛି ଅନ୍ୟଥା ଦିଆଯାଉ ନାହିଁ । [୧୧] ଅଲଟରନେଟ ମେଡିସିନର ଫଳାଫଳର ପ୍ରମାଣ ମିଳୁନାହିଁ । []


Remove ads

ଆଧାର

Loading related searches...

Wikiwand - on

Seamless Wikipedia browsing. On steroids.

Remove ads