ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ

From Wikipedia, the free encyclopedia

ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ
Remove ads

ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନ‌କ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । [] ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । [] ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । .[]

Quick facts ଯୌନ କ୍ରିୟା ସଞ୍ଚାରିତ ରୋଗ, ବିଭାଗ ...
Remove ads

କାରଣ ଓ ରୋଗ ନିର୍ଣ୍ଣୟ

୩୦ ପ୍ରକାରରୁ ଉର୍ଦ୍ଧ୍ୱ ଜୀବାଣୁ, ଭୁତାଣୁପରଜୀବୀ ଏହି ରୋଗ ସୃଷ୍ଟି କରନ୍ତି । [] ଜୀବାଣୁ ସଂକ୍ରମଣ ମଧ୍ୟରେ ଗନୋରିଆ ସିଫିଲିସ୍ ଓ କ୍ଲାମିଡିଆ ଅନ୍ୟତମ । ଭାଇରାସ୍ ରୋଗ ମଧ୍ୟରେ ଗୁପ୍ତାଙ୍ଗ ହର୍ପିସ୍, ଏଡ୍‌ସ୍ଗୁପ୍ତାଙ୍ଗ ୱାର୍ଟ ମୂଖ୍ୟ ସ୍ଥାନ ଅଧିକାର କରିଛନ୍ତି । ପରଜୀବୀ ମଧ୍ୟରେ ଟ୍ରାଇକୋମୋନିଆସିସ୍ ମୁଖ୍ୟ । ଯୌନ ସଙ୍ଗମଦ୍ୱାରା ଏହା ସଞ୍ଚାରିତ ହେଲେ ମଧ୍ୟ ଅଣ-ଯୌନ‌କ୍ରିୟା ସଂସ୍ପର୍ଶରେ ଯଥା ପ୍ରଦୂଷିତ ରକ୍ତ, ସ୍ତନ୍ୟପାନ କିମ୍ବା ଶିଶୁ ଜନ୍ମ ସମୟରେ ଏହା ସଂଞ୍ଚାରିତ ହୁଏ । [] ବିକଶିତ ଦେଶମାନଙ୍କରେ ରୋଗନିର୍ଣ୍ଣୟକାରୀ କିଟ୍ ମିଳେ କିନ୍ତୁ ବିକଶିତ ଦେଶମାନଙ୍କରେ ଏହି ସମ୍ଭାବ ହୋଇପାରି ନାହିଁ । []

Remove ads

ପ୍ରତିଷେଧକ ଓ ଚିକିତ୍ସା

ଏହି ରୋଗମାନଙ୍କଠାରୁ ରକ୍ଷା ପାଇବା ନିମନ୍ତେ ଶ୍ରେଷ୍ଠ ଉପାୟ ହେଉଛି ଯୌନ ସମ୍ଭୋଗ ନ କରିବା । [] ହେପାଟାଇଟିସ ବିଏଚ.ପି.ଭି. ଟିକା ନେଲେ କେତେକ ସଂକ୍ରମଣ କମିଯାଏ । [] କଣ୍ଡୋମ ବ୍ୟବ‌ହାର କରି ସୁରକ୍ଷିତ ଯୌନ‌କ୍ରିୟା କଲେ, ସଳ୍ପ ଯୌନ ସାଥୀ ବା କେବଳ ଦୁଇ ଜଣ ଯୌନ ସମ୍ପର୍କ ରଖିଲେ ଏହି ରୋଗ ସମ୍ଭାବନା କମିଯାଏ । [][] ସୁନ୍ନତ କରିବାଦ୍ୱାରା ଅନେକ ସଂକ୍ରମଣ ପ୍ରତିରୋଧ କରାଯାଇପାରେ । [] ଅଧିକାଂଶ ଯୌନ ସଂକ୍ରମଣ ଚିକିତ୍ସା କରିହୁଏ ଓ ଆରୋଗ୍ୟ କରିହୁଏ । [] ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗ ଆରୋଗ୍ୟସାଧ୍ୟ ଓ ହର୍ପିସ୍, ହେପାଟାଇଟିସ୍ ବି, ଏଚ ଆଇ ଭି/ଏଡ୍‌ସ ଓ ଏଚପିଭି ରୋଗ ଚିକିତ୍ସାସାଧ୍ୟ କିନ୍ତୁ ଆରୋଗ୍ୟସାଧ୍ୟ ନୁହେଁ । [] ଗନୋରିଆ ଜୀବାଣୁ ଭଳି କେତେକ ଜୀବାଣୁ ନିମନ୍ତେ ଦିଆଯାଉଥିବା ଆଣ୍ଟିବାୟୋଟିକ୍‌ର ପ୍ରତିରୋଧ ହେଉଛି । []

Remove ads

ରୋଗନୁଶୀଳନ ଓ ଇତିହାସ

ସନ ୨୦୦୮ର ହିସାବ ଅନୁଯାୟୀ ୫୦୦ ନିୟୁତ ଲୋକ ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗରେ ପୀଡ଼ିତ ହୋଇଥିଲେ । [] ୫୩୦ ନିୟୁତ ଲୋକଙ୍କର ଗୁପ୍ତାଙ୍ଗ ହର୍ପିସ୍ ଓ ୨୯୦ ନିୟୁତ ମହିଳାଙ୍କର ମାନବ ପାପିଲୋମା ଭୁତାଣୁ ସଂକ୍ରମଣ ହୋଇଥିଲା । [] ଏଚ.ଆଇ.ଭି. ବ୍ୟତୀତ ଅନ୍ୟ ଯୌନ ସଂକ୍ରମଣଦ୍ୱାରା ୧୪୨,୦୦୦ ଲୋକ ୨୦୧୩ରେ ମୃତ୍ୟୁ ବରଣ କରିଥିଲେ । [] ଆମେରକାରେ ୨୦୧୦ ମସିହାରେ ୧୯ ନିୟୁତ ନୂଆ ଯୌନ ସଂକ୍ରମଣ ରୋଗ ଚିହ୍ନଟ କରାଯାଇଥିଲା । [] ଏହି ବିଷୟରେ ଐତିହାସିକ ଦଲିଲ ଏବର୍ସ ପାପିରସ୍‌ରେ ୧୫୫୦ ମସିହାରେ ଓ ପୁରୁଣା ଟେସ୍ଟାମେଣ୍ଟରେ ଉଲ୍ଲେଖ ରହିଛି । [] ଏହି ସଂକ୍ରମଣ ହେଲେ ଲଜ୍ଜାଜନ‌କ ଓ ବିଦ୍ରୁପଜନ‌କ ଅବସ୍ଥା ଉପୁଜେ । [] ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ ଓ ଭେନେରିଆଲ୍ ରୋଗ ଅପେକ୍ଷା ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ ଶବ୍ଦଟି ଅଧିକ ପସନ୍ଦ କରାଯାଉଛି । []

ଆଧାର

Loading related searches...

Wikiwand - on

Seamless Wikipedia browsing. On steroids.

Remove ads