ଆଠଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଆଠଗଡ଼ (କ୍ରମିକ ସଂଖ୍ୟା: ୮୯) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
Quick Facts ଆଠଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଆଠଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୪,୩୭୩ |
ଜିଲ୍ଲା: | କଟକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଟକ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଆଠଗଡ଼ (ବି), ଆଠଗଡ଼ ବ୍ଳକ, ତିଗିରିଆ ବ୍ଳକ ଓ ଟାଙ୍ଗୀ-ଚୌଦ୍ୱାର ବ୍ଳକର କିଛି ଅଂଶ ।[1][2]
ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଜେପିର ବ୍ରଜେନ୍ଦ୍ର କୁମାର ରାୟଙ୍କଠାରୁ ୫୭,୯୯୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି ।[3]
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିଚିତ୍ରାନନ୍ଦ ମୁଦୁଲିଙ୍କଠାରୁ ୬୮୪୮୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି ।[4]
ଗତ ୨୦୧୨ ଉପ-ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁରେଶ ମହାପାତ୍ରଙ୍କଠାରୁ ୪୭,୩୯୦ ଅଧିକ ଭୋଟ ପାଇ ନିର୍ବାଚିତ ହେଇଥିଲେ ।[5]