ଉଦଳା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଉଦଳା (କ୍ରମିକ ସଂଖ୍ୟା: ୩୧) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଉଦଳା (ବି), ଉଦଳା ବ୍ଳକ, ଗୋପବନ୍ଧୁ ନଗର ବ୍ଳକ ଓ କପ୍ତିପଦା ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୧,୪୧୯ |
ଜିଲ୍ଲା: | ମୟୂରଭଞ୍ଜ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ମୟୂରଭଞ୍ଜ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୯ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଭାସ୍କର ମାଢେଇ, ବିଜୁ ଜନତା ଦଳ ପ୍ରାର୍ଥୀ ଶ୍ରୀନାଥ ସୋରେନଙ୍କଠାରୁ ୧୪୩୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ଅଛନ୍ତି ।[4]
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଗୋଲକ ବିହାରୀ ନାୟକ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଭାସ୍କର ମାଢେଇଙ୍କଠାରୁ ୮୫୨୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଶ୍ରୀନାଥ ସୋରେନ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅନଙ୍ଗ ଚରଣ ସେନାପତିଙ୍କଠାରୁ ୧୧,୧୯୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[6]