ଉତ୍କଳ ଦିବସ
ଭାରତୀୟ ରାଜ୍ୟ ଓଡ଼ିଶା ପ୍ରଦେଶ ଗଠନ ଦିବସ / From Wikipedia, the free encyclopedia
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ ।[1] [2] ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ [3] କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।