କୋରାପୁଟ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
କୋରାପୁଟ (କ୍ରମିକ ସଂଖ୍ୟା: ୧୪୪) କୋରାପୁଟ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କୋରାପୁଟ (ବି), ସୁନାବେଡ଼ା, ଲମତାପୁଟ ବ୍ଳକ, ବୈପାରୀଗୁଡ଼ା ବ୍ଳକର କିଛି ଅଂଶ ଓ କୋରାପୁଟ ବ୍ଳକର କିଛି ଅଂଶ ।[1][2]
Quick Facts କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୬୯,୪୩୯ |
ଜିଲ୍ଲା: | କୋରାପୁଟ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କୋରାପୁଟ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୨ |
ପୌର ପରିଷଦ: |
Close
ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ଶଗରିଆ ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଘୁରାମ ମାଛଙ୍କଠାରୁ ୪୯୭୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଘୁରାମ ପଦାଳ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ କୃଷ୍ଣ ଚନ୍ଦ୍ର ସଗରିଆଙ୍କଠାରୁ ୧,୧୧୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]