ଖଲ୍ଲିକୋଟ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଖଲିକୋଟ (କ୍ରମିକ ସଂଖ୍ୟା: ୧୨୬) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଖଲିକୋଟ (ବି), ପୁରୁଷୋତ୍ତମପୁର (ବି), ଖଲିକୋଟ ବ୍ଳକ ଓ ପୁରୁଷୋତ୍ତମପୁର ବ୍ଳକର କିଛି ଅଂଶ । [1][2]
Quick Facts ଖଲିକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଖଲିକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୭,୭୧୧ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଆସିକା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୨ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପାଣ୍ଡବ ଜାଲିଙ୍କଠାରୁ ୫୭୧୯୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପୂର୍ଣ୍ଣ ଚନ୍ଦ୍ର ସେଠୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ କାଶୀନାଥ ବେହେରାଙ୍କଠାରୁ ୪୪,୬୨୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]