ଜଗତସିଂହପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଜଗତସିଂହପୁର (କ୍ରମିକ ସଂଖ୍ୟା: ୧୦୪) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଜଗତସିଂହପୁର (ବି), ଜଗତସିଂହପୁର ବ୍ଳକ ଓ ନାଉଗାଁ ବ୍ଳକ ।[2][3]
Quick Facts ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୭,୭୦୭ |
ଜିଲ୍ଲା: | ଜଗତସିଂହପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଜଗତସିଂହପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳଙ୍କଠାରୁ ମାତ୍ର ୮୬୪୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳ ବିଜୁ ଜନତା ଦଳ ପ୍ରାର୍ଥୀ ବିଷ୍ଣୁଚରଣ ଦାସଙ୍କଠାରୁ ୨୮୮୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିଷ୍ଣୁ ଚରଣ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳଙ୍କଠାରୁ ୧୦,୦୭୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]