ଜୈନ ଧର୍ମ
From Wikipedia, the free encyclopedia
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ । [1]