ଓଡ଼ିଆ ସାହିତ୍ୟିକ ଓ ସାମ୍ବାଦିକ From Wikipedia, the free encyclopedia
ଜ୍ୟୋତ୍ସ୍ନା ରାଉତରାୟ, ଓଡ଼ିଶାର ଜଣେ ବରିଷ୍ଠ ମହିଳା ଓଡ଼ିଆ ସାମ୍ବାଦିକ,[2] ସମ୍ପାଦକ ଏବଂ ସାହିତ୍ୟିକା ଥିଲେ । ସେ ୧୯୫୮ ମସିହା ମଇ ମାସ ୧୧ ତାରିଖରେ ବାଲେଶ୍ୱରଠାରେ ଜନ୍ମଗ୍ରହଣ କରିଥିଲେ । ମାତ୍ର ଅଷ୍ଟମ ଶ୍ରେଣୀରେ ପଢୁଥିବା ସମୟରେ ତାଙ୍କର ପ୍ରଥମ ଉପନ୍ୟାସ 'ଗାଈର ଆତ୍ମକାହାଣୀ' ପ୍ରକାଶ ପାଇଥିଲା । ୧୯୮୪ ମସିହାରେ ସମ୍ବାଦ ଖବରକାଗଜରେ ଯୋଗଦାନ କରି, ସେ ନିଜର ସାମ୍ବାଦିକ ବୃତ୍ତି ଆରମ୍ଭ କରିଥିଲେ । ସେହି ସମୟରେ ଓଡ଼ିଶାରେ ମହିଳା ସାମ୍ବାଦିକମାନଙ୍କ ସଂଖ୍ୟା ଖୁବ ନଗଣ୍ୟ ଥିଲା ।[3] ୨୨ ବର୍ଷ ସେ ସମ୍ବାଦର ସମ୍ପାଦନା ବିଭାଗରେ କାର୍ଯ୍ୟ କରିଥିଲେ । ୨୦୦୬ ମସିହାରୁ ସେ ମୁକ୍ତବୃତ୍ତି ସାମ୍ବାଦିକ ଭାବରେ କାର୍ଯ୍ୟ କରିଆସୁଥିଲେ । ସାମ୍ବାଦିକତା ବ୍ୟତିତ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ମଧ୍ୟ ତାଙ୍କର ଅନେକ ଅବଦାନ ରହିଛି[4] ଓ ସେ ବହୁବାର ପୁରସ୍କୃତ ମଧ୍ୟ ହୋଇଛନ୍ତି ।[5] ୨୦୧୩ ମସିହା ଅଗଷ୍ଟ ମାସ ୬ ତାରିଖରେ ତାଙ୍କର ତିରୋଧାନ ଘଟିଥିଲା ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.