ଟିଟିଲାଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଟିଟଲାଗଡ଼ (କ୍ରମିକ ସଂଖ୍ୟା: ୬୯) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଟିଟିଲାଗଡ଼ (ବି), ଟିଟିଲାଗଡ଼ ବ୍ଳକ, ସଇଁତଳା ବ୍ଳକ ଓ ତେନ୍ତୁଳିଖୁଣ୍ଟି (ଗୁଡ଼ଭେଲା) ବ୍ଳକ ।[2][3]
Quick Facts ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୨୬,୨୯୧ |
ଜିଲ୍ଲା: | ବଲାଙ୍ଗୀର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବଲାଙ୍ଗୀର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ଟୁକୁନି ସାହୁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇଙ୍କଠାରୁ ୧୪୦୨୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁରେନ୍ଦ୍ର ସିଂହ ଭୋଇ, ବିଜୁ ଜନତା ଦଳପ୍ରାର୍ଥୀ ଯୋଗେନ୍ଦ୍ର ବେହେରାଙ୍କଠାରୁ ୪,୮୩୮ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]