ଢେଙ୍କାନାଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଢେଙ୍କାନାଳ (କ୍ରମିକ ସଂଖ୍ୟା: ୫୫) ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଢେଙ୍କାନାଳ (ପୌ), ଗଁଦିଆ ବ୍ଳକ ଓ ଢେଙ୍କାନାଳ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୩୩,୬୯୬ |
ଜିଲ୍ଲା: | ଢେଙ୍କାନାଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଢେଙ୍କାନାଳ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସରୋଜ କୁମାର ସାମଲ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପାତ୍ରଙ୍କଠାରୁ ୩୨୯୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ପ୍ରାର୍ଥୀ ନବୀନ ନନ୍ଦ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁଧିର କୁମାର ସାମଲଙ୍କଠାରୁ ୬,୯୩୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]