ଦିଗପହଣ୍ଡି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଦିଗପହଣ୍ଡି (କ୍ରମିକ ସଂଖ୍ୟା: ୧୩୪) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଦିଗପହଣ୍ଡି (ବି), ଦିଗପହଣ୍ଡି ବ୍ଳକ ଓ କୁକୁଡ଼ାଖଣ୍ଡି ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୮,୨୪୪ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବ୍ରହ୍ମପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶୁକ ସୁଜିତ କୁମାରଙ୍କଠାରୁ ୪୫୮୯୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୂର୍ଯ୍ୟ ନାରାୟଣ ପାତ୍ର, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭି. ରବି ନାରାୟଣ ରାଜୁଙ୍କଠାରୁ ୩୨,୭୬୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]