ଧର୍ମଶାଳା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଧର୍ମଶାଳା (କ୍ରମିକ ସଂଖ୍ୟା: ୫୧) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଧର୍ମଶାଳା ବ୍ଳକ ଓ ରସୁଲପୁର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୫,୨୨୪ |
ଜିଲ୍ଲା: | ଯାଜପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଯାଜପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ (କଳ୍ପତରୁ ଦାସଙ୍କ ପୁଅ), ଭାରତୀୟ ଜନତା ପାର୍ଟିର ପାର୍ଥି ପ୍ରାର୍ଥୀ ରମେଶ ଚନ୍ଦ୍ର ପରିଡ଼ାଙ୍କଠାରୁ ୫୨୭୩୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ (କଳ୍ପତରୁ ଦାସଙ୍କ ପୁଅ) ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶ୍ରୀନାଥ ମିଶ୍ରଙ୍କଠାରୁ ୮୫୭୮୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ କଳ୍ପତରୁ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ କାଙ୍ଗାଳି ଚରଣ ପଣ୍ଡାଙ୍କଠାରୁ ୩୫,୧୩୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]