ନିଆଳି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ନିଆଳି (କ୍ରମିକ ସଂଖ୍ୟା: ୯୨) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ନିଆଳି ବ୍ଳକ, କଣ୍ଟାପଡ଼ା ବ୍ଳକ ଓ ବାରଙ୍ଗ ବ୍ଳକର କିଛି ଅଂଶ ।[1][2]
Quick Facts ନିଆଳି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ନିଆଳି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୯,୦୭୬ |
ଜିଲ୍ଲା: | କଟକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଜଗତସିଂହପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରମୋଦ କୁମାର ମଲ୍ଲିକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଛବି ମଲ୍ଲିକଙ୍କଠାରୁ ୨୫୮୦୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରମୋଦ କୁମାର ମଲ୍ଲିକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଆର୍ତ୍ତତ୍ରାଣ ମଲ୍ଲିକଙ୍କଠାରୁ ୫୦,୬୫୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]