ନୂଆପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ନୂଆପଡ଼ା (କ୍ରମିକ ସଂଖ୍ୟା: ୭୧) ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଖଡ଼ିଆଳ ରୋଡ (ବି), ନୂଆପଡ଼ା ବ୍ଳକ ଓ କୋମନା ବ୍ଳକ ।[1][2]
Quick Facts ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୭,୨୨୧ |
ଜିଲ୍ଲା: | ନୂଆପଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଳାହାଣ୍ଡି |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବସନ୍ତ କୁମାର ପଣ୍ଡା ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କଠାରୁ ୯୬୧୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବସନ୍ତ କୁମାର ପଣ୍ଡାଙ୍କଠାରୁ ୨୨,୬୨୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]