ପାଲଲହଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ପାଲଲହଡ଼ା (କ୍ରମିକ ସଂଖ୍ୟା: ୫୯) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପାଲଲହଡ଼ା ବ୍ଳକ ଓ କଣିହାଁ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧, ୫୪,୨୪୬ |
ଜିଲ୍ଲା: | ଅନୁଗୋଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଢେଙ୍କାନାଳ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମହେଶ ସାହୁ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶୋକ ମହାନ୍ତିଙ୍କଠାରୁ ୫୨୯୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରବି ନାରାୟଣ ପାଣି, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କଠାରୁ ୫,୪୬୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]