ବଡ଼ସାହି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବଡ଼ସାହି (କ୍ରମିକ ସଂଖ୍ୟା: ୩୨) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବେତନଟୀ ବ୍ଳକ ଓ ବଡ଼ସାହି ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ବଡ଼ସାହି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବଡ଼ସାହି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୬୮,୯୯୯ |
ଜିଲ୍ଲା: | ମୟୂରଭଞ୍ଜ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବାଲେଶ୍ୱର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଗଣେଶ୍ୱର ପାତ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜାମିନୀକାନ୍ତ ନାୟକଙ୍କଠାରୁ ୧୬୮୩୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମନୋରଞ୍ଜନ ସେଠୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଗଣେଶ୍ୱର ପାତ୍ରଙ୍କଠାରୁ ୧୫,୪୯୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]