ବରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବରୀ (କ୍ରମିକ ସଂଖ୍ୟା: ୪୯) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବରୀ ବ୍ଳକ, ରସୁଲପୁର ବ୍ଳକର କିଛି ଅଞ୍ଚଳ ଓ ଯାଜପୁର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୨,୧୧୨ |
ଜିଲ୍ଲା: | ଯାଜପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଯାଜପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବାଶିଷ ନାୟକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିଶ୍ୱରଞ୍ଜନ ମଲ୍ଲିକଙ୍କଠାରୁ ୭୧୭୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବାଶିଷ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନବକିଶୋର ସାମଲଙ୍କଠାରୁ ୧୧,୭୬୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]