ବାଘ
ବନ୍ୟ ଜନ୍ତୁ / From Wikipedia, the free encyclopedia
ବାଘ ବା ବ୍ୟାଘ୍ର (ଈଂରାଜୀରେ Tiger, ସାନ୍ତାଳୀରେ ᱛᱟᱹᱨᱩᱵ, ସମ୍ବଲପୁରୀରେ ବାଘ୍, ହିନ୍ଦୀରେ बाघ, ଜୀବବିଜ୍ଞାନ ନାମ Panthera tigris) ବିରାଡି ପ୍ରଜାତିର ସର୍ବବୃହତ ଜୀବପ୍ରଜାତି । ଏହାର ଈଷତ୍ ହଳଦିିଆ ବା କମଳା ରଙ୍ଗର ଚମଡ଼ାରେ କଳା ରଙ୍ଗର ପଟା ପଟା ଦାଗ ଥାଏ ଓ ପେଟଟି ଧଳା ରଙ୍ଗର ହୋଇଥାଏ । ବାଘ, ସିଂହ, କଲରାପତରିଆ ବାଘ, ଜାଗୁଆର ଓ ହିମ କଲରାପତ୍ରିଆ ବାଘ ଇତ୍ୟାଦି ଜୀବ ପାନ୍ଥେରା ପ୍ରଜାତି ଭାବେ ପରିଗଣିତ ହୋଇଥାନ୍ତି । ବାଘ ନିଜ ପରିବାସର ଖାଦ୍ୟଶୃଙ୍ଖଳର ସର୍ବୋଚ୍ଚତମ ମାଂସାସୀ ଜୀବ । ଗୋରୁ ଓ ହରିଣ ପ୍ରଭୃତି ତୃଣଭୋଜୀ ପ୍ରାଣୀ ଏହାର ମୁଖ୍ୟ ଶିକାର । ବାଘମାନେ ମୁଖ୍ୟତଃ ଏକାକୀ ଜୀବନଯାପନ କରନ୍ତି, କେବଳ କେତେକ ପରିସ୍ଥିତିରେ କିଛି ବାଘମାନଙ୍କୁ ଏକାଠି ମିଳିମିଶି ରହୁଥିବା ଦେଖାଯାଏ । ବାଘମାନେ ସାଧାରଣତଃ ନିଜର ଏକ ଶିକାର କ୍ଷେତ୍ର ନିର୍ଦ୍ଧାରଣ କରି ତାହାର ନିୟନ୍ତ୍ରଣ କରନ୍ତି । ଶିକାରର ଚାହିଦା ମେଣ୍ଟାଇ ପାରୁଥିବା ଏକ ବିରାଟ ଅଞ୍ଚଳକୁ ସାଧାରଣତଃ ବାଘମାନେ ନିଜର ପରିବାସ ବା ଶିକାର କ୍ଷେତ୍ର ରୂପେ ଚୟନ କରିଥାନ୍ତି । ଅନେକ କାରଣରୁ ପୃଥିବୀର କେତେକ ଦେଶରେ ମନୁଷ୍ୟ ଓ ବାଘ ମୁହାଁମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥାଏ ।
ବାଘ ଜୀବାଶ୍ମ କାଳ: early Pleistocene–Present PreЄ
Є
O
S
D
C
P
T
J
K
Pg
N
↓ | |
---|---|
ଭାରତର କାହ୍ନା ଜାତୀୟ ଉଦ୍ୟାନର ଏକ ମହାବଳ ବାଘ | |
Conservation status | |
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ | |
ସାମ୍ରାଜ୍ୟ: | ପ୍ରାଣୀ ସାମ୍ରାଜ୍ୟ |
ଗୋଷ୍ଠୀ: | ବାଇଲାଟେରିଆ |
ପର୍ବ: | କୋର୍ଡାଟା |
ମହାଶ୍ରେଣୀ: | ଟେଟ୍ରାପୋଡା |
ଗୋଷ୍ଠୀ: | ମାମାଲିଆଫୋର୍ମ୍ସ |
ଶ୍ରେଣୀ: | ମାମାଲିଆ |
ବର୍ଗ: | କାର୍ନିଭୋରା |
Suborder: | Feliformia |
Family: | Felidae |
Genus: | Panthera |
ଜାତି: | P. tigris |
ବାଇନୋମିଆଲ ନାମ | |
Panthera tigris (କାର୍ଲ୍ ଲିନାୟସ୍, ୧୭୫୮) | |
୧୮୫୦ ମସିହା ଓ ୨୦୦୬ ମସିହା ବେଳକୁ ପୃଥିବୀରେ ବାଘ ପ୍ରଜାତିମାନଙ୍କର ଭୌଗୋଳିକ ବ୍ୟାପ୍ତି ଯଥାକ୍ରମେ ହଳଦିଆ ଓ ସବୁଜ ରଙ୍ଗଦ୍ୱାରା ଚିହ୍ନିତ[2] | |
Synonyms | |
|
ନିଜ ଦେହର ସ୍ୱତନ୍ତ୍ର ସୁନ୍ଦର ରଙ୍ଗ ତଥା ଜଙ୍ଗଲରେ ନିଜର ଅଦ୍ଭୁତପୂର୍ବ ରାଜକୀୟ ଠାଣି ପାଇଁ ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ମହଲରେ ବାଘ ଖୁବ୍ ଲୋକପ୍ରିୟ । ପ୍ରାଚୀନ ପୌରାଣିକ କଥା, ଲୋକକଥା ଇତ୍ୟାଦିରେ ବାଘଙ୍କ ଉପସ୍ଥିତି ଦେଖାଯାଇପାରିବ ଓ ଆଧୁନିକ ସମୟରେ କଥାଚିତ୍ର, ବୃତ୍ତଚିତ୍ର, ସାହିତ୍ୟ, ପତାକା, ରାଜ ସଙ୍କେତ ଓ କ୍ରୀଡ଼ା ମାସ୍କଟ୍ ଭାବେ ବାଘମାନଙ୍କୁ ଦେଖିବାକୁ ମିଳେ । ବାଘ ହେଉଛି ଭାରତ, ବଙ୍ଗଳାଦେଶ, ମାଲେସିଆ ଓ ଦକ୍ଷିଣ କୋରିଆ ପ୍ରଭୃତି ଦେଶର ଜାତୀୟ ପଶୁ ।