ବାରିପଦା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବାରିପଦା (କ୍ରମିକ ସଂଖ୍ୟା: ୩୩) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାରିପଦା (ପୌ), ବାରିପଦା ବ୍ଳକ, ଖୁଣ୍ଟା ବ୍ଳକ ଓ ବଡ଼ସାହି ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୧,୨୯୯ |
ଜିଲ୍ଲା: | ମୟୂରଭଞ୍ଜ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ମୟୂରଭଞ୍ଜ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସାନନ୍ଦ ମାରାଣ୍ଡି ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ନିଶାମଣି ବାସ୍କାଙ୍କଠାରୁ ୧୭୧୧୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସାନନ୍ଦ ମାରାଣ୍ଡି, ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ପ୍ରାର୍ଥୀ ଭାଦଭ ହାଁସଦାଙ୍କଠାରୁ ୪,୭୬୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]