ବାଲିକୁଦା-ଏରସମା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବାଲିକୁଦା-ଏରସମା (କ୍ରମିକ ସଂଖ୍ୟା: ୧୦୩) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିକୁଦା ବ୍ଳକ ଓ ଏରସମା ବ୍ଳକ ।[2][3]
Quick Facts ବାଲିକୁଦା-ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବାଲିକୁଦା-ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୩୩,୫୩୮ |
ଜିଲ୍ଲା: | ଜଗତସିଂହପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଜଗତସିଂହପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଘୁନନ୍ଦନ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଡା. ଲଲାଟେନ୍ଦୁ ମହାପାତ୍ରଙ୍କଠାରୁ ୫୪୫୮୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଲଲାଟେନ୍ଦୁ ମହାପାତ୍ରଙ୍କଠାରୁ ୨୯୩୫୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଉମେଶ ଚନ୍ଦ୍ର ସ୍ୱାଇଁଙ୍କଠାରୁ ୩୧,୩୮୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]