ବିଜେପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ବିଜେପୁର (କ୍ରମିକ ସଂଖ୍ୟା: ୨) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ୧୯୬୧ରୁ ୨୦୧୪ ମଧ୍ୟରେ ମୋଟ ୧୩ ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଗତ ୨୦୧୪ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ସୁବଳ ସାହୁ ତାଙ୍କର ନିକଟତମ ବିଜୁ ଜନତା ଦଳ ପ୍ରାର୍ଥୀଙ୍କୁ ୪୫୮ ଭୋଟରେ ପରାସ୍ତ କରିଥିଲେ । [1] କିନ୍ତୁ, ସୁବଳ ସାହୁଙ୍କ ମୃତ୍ୟୁ ପରେ, ୨୦୧୮ ଉପ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ରୀତା ସାହୁ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶୋକ କୁମାର ପାଣିଗ୍ରାହୀଙ୍କୁ ୪୧,୯୩୩ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । [2]
Quick Facts ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା: | |
ଜିଲ୍ଲା: | ବରଗଡ଼ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବରଗଡ଼ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବରପାଲି (ବି), ବିଜେପୁର ବ୍ଲକ, ଗାଇସିଲଟ ବ୍ଳକ ଓ ବରପାଲି ବ୍ଳକର କିଛି ଅଂଶ ।