ବିଞ୍ଝାରପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ବିଞ୍ଝାରପୁର (କ୍ରମିକ ସଂଖ୍ୟା: ୪୮) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବିଞ୍ଝାରପୁର ବ୍ଳକ ଓ ଦଶରଥପୁର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୨,୬୪୪ |
ଜିଲ୍ଲା: | ଯାଜପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଯାଜପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ପ୍ରମିଳା ମଲ୍ଲିକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥିନୀ ବବିତା ମଲ୍ଲିକଙ୍କଠାରୁ ୩୮୧୯୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରମିଳା ମଲ୍ଲିକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବବିତା ମଲ୍ଲିକଙ୍କଠାରୁ ୩୧,୮୬୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]