ଭଦ୍ରକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଭଦ୍ରକ (କ୍ରମିକ ସଂଖ୍ୟା: ୪୪) ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଭଦ୍ରକ (ପୌ) ଓ ଭଦ୍ରକ ବ୍ଳକ ।[2][3]
Quick Facts ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୨୯,୪୯୧ |
ଜିଲ୍ଲା: | ଭଦ୍ରକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଭଦ୍ରକ |
ପଞ୍ଚାୟତ ସମିତି: | ୧ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଯୁଗଳ କିଶୋର ପଟ୍ଟନାୟକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନରେନ୍ ପଲାଇଙ୍କଠାରୁ ୨୩୫୮୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଯୁଗଳ କିଶୋର ପଟ୍ଟନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନରେନ ପଲାଇଙ୍କଠାରୁ ୨୧,୪୨୮ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]