ଭୋଗରାଇ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳ / From Wikipedia, the free encyclopedia
ଭୋଗରାଇ (କ୍ରମିକ ସଂଖ୍ୟା: ୩୬) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଭୋଗରାଇ ବ୍ଳକ ।[2][3]
Quick Facts ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୩,୬୦୪ |
ଜିଲ୍ଲା: | ବାଲେଶ୍ୱର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବାଲେଶ୍ୱର |
ପଞ୍ଚାୟତ ସମିତି: | ୧ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅନନ୍ତ ଦାସ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସତ୍ୟଶିବ ଦାସଙ୍କଠାରୁ ୧୯୫୧୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅନନ୍ତ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ କାର୍ତ୍ତିକେଶ୍ୱର ପାତ୍ରଙ୍କଠାରୁ ୧୭,୬୫୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]