ମହାକାଳପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ମହାକାଳପଡ଼ା (କ୍ରମିକ ସଂଖ୍ୟା: ୧୦୦) କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମହାକାଳପଡ଼ା ବ୍ଳକ ଓ ମାର୍ଶାଘାଇ ବ୍ଳକର କିଛି ଅଞ୍ଚଳ ।[2][3] ଗତ 2019 ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଜୟ ପ୍ରଧାନଙ୍କଠାରୁ 15663 ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି |
Quick Facts ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ମହାକାଳପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୮,୩୫୪ |
ଜିଲ୍ଲା: | କେନ୍ଦ୍ରାପଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦ୍ରାପଡ଼ା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୨୩୨୪୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବଳରାମ ପରିଡ଼ାଙ୍କଠାରୁ ୧୯,୫୯୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]