ମାଦଳା ପାଞ୍ଜି
ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥ / From Wikipedia, the free encyclopedia
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।