ମାହାଙ୍ଗା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ମାହାଙ୍ଗା (କ୍ରମିକ ସଂଖ୍ୟା: ୯୫) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମାହାଙ୍ଗା ବ୍ଳକ ଓ ନିଶ୍ଚିନ୍ତକୋଇଲି ବ୍ଳକର ।[2][3]
Quick Facts ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୩୬,୭୭୮ |
ଜିଲ୍ଲା: | କଟକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦ୍ରାପଡ଼ା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | ୬୪ |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: |
Close
ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରତାପ ଜେନା ଭାରତୀୟ ଜନତା ପାର୍ଟିର ପାର୍ଥି ସାରଦା ପ୍ରସାଦ ପ୍ରଧାନଙ୍କଠାରୁ ୨୯୫୮୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରତାପ ଜେନା ସ୍ୱାଧୀନ ପ୍ରାର୍ଥୀ ସାରଦା ପ୍ରସାଦ ପ୍ରଧାନଙ୍କଠାରୁ ୨୭୮୭୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରତାପ ଜେନା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶେକ ମତଲୁବ ଅଲୀଙ୍କଠାରୁ ୨୯,୨୨୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]