ମୃଣାଳ ସେନ
ଭାରତୀୟ କଥାଚିତ୍ର ନିର୍ମାତା ଓ ନିର୍ଦ୍ଦେଶକ / From Wikipedia, the free encyclopedia
ମୃଣାଳ ସେନ (୧୪ ମଇ ୧୯୨୩ - ୩୦ ଡିସେମ୍ବର ୨୦୧୮) ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଥିଲେ । ସେ ଅନେକ ବଙ୍ଗଳା ଓ ଓଡ଼ିଆ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଥିଲେ । ସାମାଜିକ ବିଷୟବସ୍ତୁକୁ ନେଇ କଳାତ୍ମକ ଚଳଚ୍ଚିତ୍ର ପ୍ରସ୍ତୁତି ଥିଲା ତାଙ୍କର ବୈଶିଷ୍ଟ୍ୟ । ସେ ବାମପନ୍ଥୀ ଦୃଷ୍ଟିଭଙ୍ଗୀର ସମର୍ଥକ ଥିଲେ । ତାଙ୍କୁ ବହୁବାର ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ପଦ୍ମଭୂଷଣ ଓ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ବର୍ଦ୍ଧିତ କରାଯାଇଛି ।