ମୋହନା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ମୋହନା (କ୍ରମିକ ସଂଖ୍ୟା: (୧୩୬) ଗଜପତି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମୋହନା ବ୍ଳକ, ରା. ଉଦୟଗିରି ବ୍ଳକ, ନୂଆଗଡ଼ ବ୍ଳକ ଓ ରାୟଗଡ଼ା ବ୍ଳକ ।[2][3]
Quick Facts ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୩,୭୫୮ |
ଜିଲ୍ଲା: | ଗଜପତି |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବ୍ରହ୍ମପୁର |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ବାସନ୍ତୀ ମଲ୍ଲିକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଦାଶରଥି ଗମାଙ୍ଗଙ୍କଠାରୁ ୧୧୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚକ୍ରଧର ପାଇକ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅନ୍ତର୍ଯ୍ୟାମି ଗମାଙ୍ଗଙ୍କଠାରୁ ୯୧୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]