ରାୟଗଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ରାୟଗଡ଼ା (କ୍ରମିକ ସଂଖ୍ୟା: ୧୪୦) ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ରାୟଗଡ଼ା (ପୌ) ରାୟଗଡ଼ା ବ୍ଳକ ଓ କାଶିପୁର ବ୍ଳକ ।[2][3]
Quick Facts ରାୟଗଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ରାୟଗଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୫,୫୦୫ |
ଜିଲ୍ଲା: | ରାୟଗଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କୋରାପୁଟ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଲାଲ୍ ବିହାରୀ ହିମିରିକା ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ମକରନ୍ଦ ମୁଦୁଲିଙ୍କଠାରୁ ୮୨୮୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଲାଲ ବିହାରି ହିମିରିକା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଉଲାକା ରାମଚନ୍ଦ୍ରଙ୍କଠାରୁ ୧୫,୬୬୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]