ଲାଞ୍ଜିଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଲାଞ୍ଜିଗଡ଼ (କ୍ରମିକ ସଂଖ୍ୟା: ୭୭) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଲାଞ୍ଜିଗଡ଼ ବ୍ଳକ, ଥୁଆମୂଳ ରାମପୁର ବ୍ଳକ ଓ ଭବାନୀପାଟଣା ବ୍ଳକର କିଛି ଅଂଶ ।[2][3]
Quick Facts ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଲାଞ୍ଜିଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୩,୯୭୫ |
ଜିଲ୍ଲା: | କଳାହାଣ୍ଡି |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଳାହାଣ୍ଡି |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବଳଭଦ୍ର ମାଝୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ଦିଶାରୀଙ୍କଠାରୁ ୨୪୮୯୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶିବାଜୀ ମାଝି, ବିଜୁ ଜନତା ଦଳ ପ୍ରାର୍ଥୀ ବଳଭଦ୍ର ମାଝିଙ୍କଠାରୁ ୩,୦୩୯ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]