ସାନଖେମୁଣ୍ଡି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ସାନଖେମୁଣ୍ଡି (କ୍ରମିକ ସଂଖ୍ୟା: ୧୩୦) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସାନଖେମୁଣ୍ଡି ବ୍ଳକ ଓ ଧରାକୋଟ ବ୍ଳକ । [1][2]
Quick Facts ସାନଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ସାନଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୭,୮୨୩ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଆସିକା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ନନ୍ଦିନୀ ଦେବୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରମେଶ ଚନ୍ଦ୍ର ଜେନାଙ୍କଠାରୁ ୮୨୨୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରମେଶ ଚନ୍ଦ୍ର ଜେନା, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କିଶୋର ଚନ୍ଦ୍ର ସିଂହ ଦେଓଙ୍କଠାରୁ ୨୩,୫୯୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]