ସାରସକଣା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ସାରସକଣା (କ୍ରମିକ ସଂଖ୍ୟା: ୨୭) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସାରସକଣା ବ୍ଳକ, ବିଜାତଳା ବ୍ଳକ, ବିଶୋଇ ବ୍ଳକ ଓ କୁସୁମି ବ୍ଳକର କିଛି ଅଂଶ ।[1][2]
Quick Facts ସାରସକଣା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ସାରସକଣା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୨,୯୩୨ |
ଜିଲ୍ଲା: | ମୟୂରଭଞ୍ଜ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ମୟୂରଭଞ୍ଜ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଭାଦବ ହାଁସଦା ଝାରଖଣ୍ଡ ମୁକ୍ତି ମୋର୍ଚ୍ଚା ପ୍ରାର୍ଥୀ ରାମଚନ୍ଦ୍ର ମୁର୍ମୁଙ୍କଠାରୁ ୩୮୩୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ପ୍ରାର୍ଥୀ ରାମ ଚନ୍ଦ୍ର ହାଁସଦା, ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ପ୍ରାର୍ଥୀ ରାମ ଚନ୍ଦ୍ର ମୁର୍ମୁଙ୍କଠାରୁ ୧୪,୫୯୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]