ସୁବର୍ଣ୍ଣପୁର ଜିଲ୍ଲା
ଭାରତର ଓଡ଼ିଶାସ୍ଥିତ ଏକ ଜିଲ୍ଲା / From Wikipedia, the free encyclopedia
[[Category:Lua error in package.lua at line 80: module 'Module:Pagetype/setindex' not found. with short description]]
ସୁବର୍ଣ୍ଣପୁର | |
---|---|
ଜିଲ୍ଲା | |
ଦେଶ | ଭାରତ |
ରାଜ୍ୟ | ଓଡ଼ିଶା |
ଲୋକ ସଭା | ବଲାଙ୍ଗୀର |
ଭାଷା | ଓଡ଼ିଆ, ଇଂରାଜୀ |
ବିଧାନ ସଭା | ୨ଟି ଆସନ |
Area | |
• ଜିଲ୍ଲା | 2284.4 km2 (882�0 sq mi) |
Population (୨୦୧୧) | |
• ଜିଲ୍ଲା | ୬୫୨୧୦୭ |
• Density | 279/km2 (720/sq mi) |
• Urban | ୪୯୯୩୨ |
• Rural | ୬୦୨୧୭୫ |
• ୬ ବର୍ଷରୁ କମ ଶିଶୁ | ୭୬୫୩୬ |
Time zone | IST (+୫.୩୦) |
ଡାକ କୋଡ଼ (ପିନ୍) | ୭୬୭ xxx |
ତାର (ଏସ୍.ଟି.ଡ଼ି) | ୦୬x |
ଯାନବାହାନ ପଞ୍ଚୀକରଣ | OD-31 |
ଜିଲ୍ଲାପାଳ | ମନୀଶା ବାନାର୍ଜୀ[1] |
Website | Official website |
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ୱାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।