ହିଞ୍ଜିଳି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଓଡ଼ିଶାର ଏକ ବିଧାନ ସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ହିଞ୍ଜିଳି (କ୍ରମିକ ସଂଖ୍ୟା: ୧୩୧) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ହିଞ୍ଜିଳିକାଟୁ (ବି), ହିଞ୍ଜିଳିକାଟୁ ବ୍ଳକ ଓ ଶେରଗଡ଼ ବ୍ଳକ ।
Quick Facts ହିଞ୍ଜିଳି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ହିଞ୍ଜିଳି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୧,୫୧୭ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଆସ୍କା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ନବୀନ ପଟ୍ଟନାୟକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶିବରାମ ପାତ୍ରଙ୍କଠାରୁ ୭୬୫୮୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[1]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ନବୀନ ପଟ୍ଟନାୟକ, କଂଗ୍ରେସ ପ୍ରାର୍ଥୀ ରାଘବ ପରିଡ଼ାଙ୍କଠାରୁ ୬୧,୨୭୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[2]